ପୁରୀ ,କଳିଙ୍ଗ ଖବର : ଆଉ ମାତ୍ର ତିନି ଦିନ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର। ମନ୍ଦିର ଖୋଲିବା ପୂର୍ବରୁ ସ୍ଥିତି ଅନୁଧ୍ୟାନ କରିଛନ୍ତି ବରିଷ୍ଠ ଅଧିକାରୀ। ଉନ୍ନୟନ କମିଶନର ଅଧ୍ୟକ୍ଷ ସୁରେଶ ମହାପାତ୍ରଙ୍କ ନେତୃତ୍ୱରେ ଫାଇଭ୍ ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ, ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର, ଜିଲ୍ଲାପାଳ ବଲଓ୍ୱନ୍ତ ସିଂହ ଓ ଏସପି କେ. ବି. ସିଂହ ସ୍ଥିତି ଅନୁଧ୍ୟାନ କରିଛନ୍ତି। କୋଭିଡ୍ କଟକଣା ମଧ୍ୟରେ ଶୃଙ୍ଖଳିତ ଦର୍ଶନ କରାଇବା ନେଇ ଏହି ଉଚ୍ଚସ୍ତରୀୟ ଟିମ୍ ଶ୍ରୀମନ୍ଦିର ଓ ଲୋକନାଥ ମନ୍ଦିର ବୁଲି ଅନୁଧ୍ୟାନ କରିଛନ୍ତି। ୨୩ ଓ ୨୪ ତାରିଖରେ ସେବାୟତଙ୍କ ପରିବାର ଦର୍ଶନ କରିବେ କାଳିଆ ଠାକୁରଙ୍କୁ।