ଗଜପତି ୧୯।୧୦: ଭିଜିଲାନ୍ସ ଜାଲରେ ଅଧ୍ୟାପକ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଅଞ୍ଚଳର ଅଧ୍ୟାପକ ଜି.ନାଗେଶ୍ୱର ରାଓଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି । ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଧ୍ୟାପକ ଜି. ନାଗେଶ୍ୱର ରାଓଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି । ପାରଳାଖମୁଣ୍ଡିର ରଧାଗୋବିନ୍ଦ ନଗର ବାସଭବନ ସମତେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି ।
ମିଳିଥିବା ସୂଚନା ମୁତାବକ ଜି. ନାଗେଶ୍ଵର ରାଓ ବର୍ତ୍ତମାନ ଗଜପତି ଜିଲ୍ଲା ଗୁରାଣ୍ଡିସ୍ଥିତ ମୀନକେତନ ମହାବିଦ୍ୟାଳୟରେ ଅଧ୍ୟାପକ ଭାବେ କାର୍ଯ୍ୟରତ ଅଛନ୍ତି। ବର୍ତ୍ତମାନ ମାନ ସୁଦ୍ଧା ୩୦ଲକ୍ଷ ଟଙ୍କାରୁ ଅଧିକ ନଗଦ ମିଳିଥିବା ବେଳେ ଆନୁମାନିକ ୨କୋଟି ଟଙ୍କା ମୂଲ୍ୟର ଘର ଏବଂ ଅନ୍ୟାନ୍ୟ ବ୍ୟାଙ୍କ ଆକାଉଣ୍ଟ ଏବଂ ଗାଡ଼ି ମିଳିଥିବା ନେଇ ବିଶେଷ ସୂତ୍ରରୁ ଖବର ମିଳିଛି। ବର୍ତ୍ତମାନ ଚଢ଼ଉ ଚାଲିଥିବା ବେଳେ ଏହା ସରିଲେ ତାର ସମୂର୍ଣ୍ଣ ତଥ୍ୟ ପ୍ରକାଶ କରାଯିବ ବୋଲି ସୂଚନା ଦେଇଛି ବିଭାଗ।